ଦିଲ୍ଲୀ ଅଲୀପୁରରେ ଗୋଦାମ କାନ୍ଥ ପଡ଼ି ୬ ମୃତ

ନୂଆଦିଲ୍ଲୀ: ଶୁକ୍ରବାର ଦିଲ୍ଲୀରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ଅଲୀପୁର ଅଞ୍ଚଳରେ ଏକ ନିର୍ମାଣଧୀନ ଗୋଦାମର କାନ୍ଥ ହଠାତ ପଡିଯିବା ଯୋଗୁଁ ଅନେକଙ୍କ ମୃତ୍ୟୁ ହୋଇଛି । ସୂଚନା ମିଳିବା ପରେ ପୋଲିସ ଏବଂ ଅଗ୍ନିଶମ ବାହିନୀର କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ପୋଲିସ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଛି । ଆହୁରି ଅନେକ ଶ୍ରମିକ ଫସି ରହିଥିବା ଜଣାପଡିଛି।

ଦିଲ୍ଲୀ ପୋଲିସର ସୂଚନା ଅନୁସାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଘଟଣାସ୍ଥଳରେ ୨୫ରୁ ଅଧିକ ଶ୍ରମିକ କାମ କରୁଥିଲେ। ଘଟଣା ଉପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଟ୍ୱିଟ କରି ଶୋକ ବ୍ୟକ୍ତ କରିଛନ୍ତି । କେଜ୍ରିୱାଲ ଟ୍ୱିଟ କରି ଲେଖିଛନ୍ତି, ଅଲୀପୁରରେ ଦୁଃଖଦ ଦୁର୍ଘଟଣା ଘଟିଛି। ଜିଲ୍ଲା ପ୍ରଶାସନ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି । ମୁଁ ନିଜେ ଉଦ୍ଧାର କାର୍ଯ୍ୟ ଉପରେ ନଜର ରଖିଛି । ଦିବଙ୍ଗତ ଆତ୍ମାର ଶାନ୍ତି ପାଇଁ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି।

Spread the love