ଶପଥ ନେଲେ ଅଳକା

ଭୁବନେଶ୍ୱର : ବିଧାୟିକା ଭାବେ ଆଜି ଶପଥ ନେଲେ ଅଳକା ମହାନ୍ତି । ଅପରାହ୍ନରେ ସେ ବ୍ରଜରାଜନଗର ନବ ନିର୍ବାଚିତ ବିଧାୟିକା ଭାବେ ଶପଥ ନେଲେ । ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇବେ । ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବୃହତ ବିଜୟ ହୋଇଥିଲା । ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ବିପୁଳ ଭୋଟରେ ବିଜୟୀ ହୋଇଥିଲେ । ନିକଟତମ କଂଗ୍ରେସ ପ୍ରତିଯୋଗୀ କିଶୋର ପଟେଲଙ୍କୁ ହରାଇଥିଲେ ଅଳକା । ସ୍ବାମୀ ତଥା ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗରେ ବ୍ରଜରାଜନଗରରେ ହୋଇଥିଲା ଉପନିର୍ବାଚନ ।ବଡ଼଼ ବ୍ୟବଧାନରେ ୬୬ ହଜାର ୧୨୨ ଭୋଟରେ ବିଜୟୀ ହୋଇଥିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ।  କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲ ଏବଂ ଅଳକାଙ୍କ ମଧ୍ୟରେ ହୋଇଥିଲା କଡ଼ା ଟକ୍କର । ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ ।

Spread the love