ବାଲେଶ୍ବର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ

ବାଲେଶ୍ବର ୯।୧: ରାଜ୍ୟରେ ବଢୁଛି କୋଭିଡ୍ ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି । ବାଲେଶ୍ବର ଜିଲ୍ଲାରେ ମଧ୍ୟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏହାକୁ ନଜରରେ ରଖି ବାଲେଶ୍ବର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ କରାଯାଇଛି । କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି ।

ଜିଲ୍ଲାର ପଞ୍ଚଲିଙ୍ଗେଶ୍ବର, କ୍ଷୀରଚୋରା ଗୋପୀନାଥ ମନ୍ଦିର, ଇମାମି ଜଗନ୍ନାଥ ମନ୍ଦିର, ଚନ୍ଦନେଶ୍ବର ମନ୍ଦିର, ନୀଳଗିରି ଜଗନ୍ନାଥ ମନ୍ଦିରକୁ ଜିଲ୍ଲା ପ୍ରଶାସନ ବନ୍ଦ କରିଛନ୍ତି ।

Spread the love