ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ସ୍କୁଲକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପ୍ରବଳ ଖରା ଯୋଗୁଁ କାଲିଠାରୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ୧୬ ତାରିଖ ଯାଏ ବନ୍ଦ ରହିବ ।


ଆଜି ଜାପାନ ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ନେଇ ସମୀକ୍ଷା ବୈଠକ ଡାକିଥିଲେ । ଏଥିରେ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ଗତ କିଛି ଦିନ ହେବ ରାଜ୍ୟରେ ତାତି ବଢୁଥିବା କଥା ଜାଣିବା ପରେ ସ୍କୁଲ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ୧୬ ତାରିଖ ଯାଏ ବନ୍ଦ ରହିବ ।

Spread the love