କରୋନାର ଶିକାର ହେଲେ ଗୃହମନ୍ତ୍ରୀ ଅମିତ ଶାହା

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି ।ଟ୍ଵିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି । ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି  ହୋଇଛନ୍ତି। ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

Spread the love