ରାଜ୍ୟରେ ସୁସ୍ଥ ହେଲେ ଆଉ ୬୫୨୭ କରୋନା ଆକ୍ରାନ୍ତ, ସଂକ୍ରମଣ ଉପରମୁହାଁ

ରାଜ୍ୟରେ ରବିବାର ସୁସ୍ଥ ହୋଇଛନ୍ତି ଆଉ ୬୫୨୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୯୭ ହଜାର ୫୭୫ ଜଣ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୦୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୬୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୪୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୬୯୪୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯7575 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୧୮୦୬୭୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love