ଅରୁଣ ଜେଟଲୀଙ୍କ ପରଲୋକ, ରାଜ୍ୟ ବିଜେପିର ଶୋକ

ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଆଜି ପରଲୋକ ହୋଇଯାଇଛି। ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା।

ନିଃଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ହେବା ଯୋଗୁ  ତାଙ୍କୁ ଅଗଷ୍ଟ ୯ ତାରିଖରେ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ସେଠାରେ ଲାଇଫ୍ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇଥିଲା। ଲଗାତାର ଭାବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହୋଇଥିଲା। ଏମ୍ସ ପକ୍ଷରୁ ଜାରି କରାଯାଇଥିବା ବୟାନରେ କୁହାଯାଇଛି, ଆଜି ମଧ୍ୟାହ୍ନ ୧୨ଟା ୦୭ ମିନିଟ୍‌ରେ ତାଙ୍କର ପରଲୋକ ହୋଇଥିଲା।  ଜେଟଲୀଙ୍କ ବିୟୋଗରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି l

 

Spread the love