ଦୁର୍ବଳ ହେଉଛି ବାତ୍ୟା “ଅସାନି”

ଭୁବନେଶ୍ବର : ବାତ୍ୟା “ଅସାନି” ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ୫୧୦କିମି ଦୂରରେ ଏବଂ  ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୫୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏବେ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୨ କିମି ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଏକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଗତକାଲି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆଜି ଠାରୁ ରାଜ୍ୟର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ  ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Spread the love