ବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଲାଗି ବିଧିବଦ୍ଧ ଭାବେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଭରିଛନ୍ତି ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ।  ନାମାଙ୍କନ ଭରିବା ପରେ ସେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ଆରୁଖ କହିଛନ୍ତି ବିଧାନସଭାର ଗାରିମା ମୁଁ ରକ୍ଷା କରିବି । ଗୃହ ପରିଚାଳନା ପାଇଁ ଆରୁଖ ମସସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଆରୁଖଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ଅନେକ ବରିଷ୍ଠ ବିଧାୟକ ଓ‌ ଅଧିକାରୀ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।

Spread the love