ଆଜି ହେବ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଆବେଦନ ଶୁଣାଣି

ଭୁବନେଶ୍ୱର: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଆଜି ହେବ | ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ ସଂରକ୍ଷିତ ରଖିଥିଲେ କୋର୍ଟ | ଆଜି ଏସଡିଜେଏମ କୋର୍ଟରେ ଟୁଟୁଙ୍କ ଜାମିନ ଆବେଦନ ନେଇ ପୁନଃ ଶୁଣାଣି ହେବ | ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ | ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା |‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କମ୍ପ୍ଲେକ୍ସ ଭିତରେ ଏହି ଘଟଣା ଘଟିଥିଲା | ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ମାମଲା ହୋଇଥିଲା ଆଉ ଘଟଣାର ତଦନ୍ତ କରି ଟୁଟୁଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରିଥିଲା | ସୂଚନା ଥାଉ କି ଫିଲ୍ମର ପ୍ରିମିୟର ସୋ’ର ଖବର ସଂଗ୍ରହ ପାଇଁ ସାମ୍ବାଦିକମାନେ ଶ୍ରୀୟା, ସ୍ବାତୀ ହଲ୍‌କୁ ଯାଇଥିଲେ। ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଟୁଟୁ ହଲ୍‌ରୁ ବାହାରି ଯାଉଥିବା ସମୟରେ ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ଚାପୁଡ଼ା ମାରିବା ସହ ଅସଦାଚରଣ, ଗାଳିଗୁଲଜ କରିଥିବା ନେଇ ଖାରବେଳନଗର ଥାନାରେ ଅଭିଯୋଗ ହୋଇଥିଲା।

Spread the love