ଭଦ୍ରକ ରେ ୫, ବାଲେଶ୍ଵର ରେ ଆଉ ୨ କରୋନା ଚିହ୍ନଟ

ଭୁବନେଶ୍ୱର,୨୦/୦୪: ଆଜି ପୁଣି ବାଲେଶ୍ୱର ଜିଲ୍ଲାରେ ଆଉ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ରେ ୫ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି ଆଉ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚି ଯାଇଛି। ଭଦ୍ରକ ବାସୁଦେବପୁର ରୁ ୩  ଓ ଭଣ୍ଡାରିପୋଖରୀ ରୁ ଦୁଇଜଣ।

ରାଜ୍ୟରେ ଆଜି ସୁଦ୍ଧା ଚିହ୍ନଟ ହୋଇଥିବା ୬୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ରାଜ୍ୟର ବିଭିନ୍ନ କୋଭିଡ୍-୧୯ ହସ୍ପିଟାଲରେ ୪୩ ଜଣ ଚିକିତ୍ସିତ ହେଉଛନ୍ତି।

Spread the love