ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ୧୪/୦୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷପରେ ଶ୍ରୀଜିଉଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ଏଥିପାଇଁ ଅପରାହ୍ଣରେ ଠାକୁର ଦର୍ଶନ କଟକଣା ରହିବ ।

ବନକଲାଗି ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, କଳା ଆଦି ବ୍ୟବହାର କରାଯାଇଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି ।

Spread the love