ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନରୁ ପ୍ରାୟ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବାକୁ ଥିବା ବେଳେ କୋଭିଡ ଯୋଗୁ ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଛି। ତେଵେ ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ।

Spread the love