ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

Spread the love