୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର ୧୭/ ୦୬ : ରାଜ୍ୟରେ ଆରମ୍ଭ ହୋଇସାଇଛି ମୌସୁମୀ ବର୍ଷା । ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୧୩ ଜିଲ୍ଲା-ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୁନ୍ଦରଗଡ, ଛାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କେନ୍ଦ୍ରାପଡା, ଅନୁଗୁଳ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜି‌ଲ୍ଲାରେ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love