୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ବର ୨୬।୬: ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।  ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । 

ସେପଟେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Spread the love