ଆସନ୍ତାକାଲି 24 ଘଣ୍ଟିଆ ଭାରତ ବନ୍ଦ

କେନ୍ଦ୍ରସରକାରଙ୍କ ‘ଦମନକାରୀ ନୀତି’ପ୍ରତିବାଦରେ 10 ଟି ଶ୍ରମିକ ସଂଗଠନ ପକ୍ଷରୁ ଜାନୁଆରୀ ଆସନ୍ତାକାଲି 24 ଘଣ୍ଟିଆ  ଭାରତ ବନ୍ଦ ଡାକରା ଦିଆଯାଇଛି ।  ଏହି ବନ୍ଦ ଡାକରାକୁ ଦେଶବ୍ୟାପୀ ବିଭିନ୍ନ କୃଷକ ସଂଗଠନ ସମର୍ଥନ କରିଛନ୍ତି । ଏହି ବନ୍ଦକୁ କଂଗ୍ରେସ ନୈତିକ ସମର୍ଥନ ଦେବେ ବୋଲି ମଧ୍ୟ କହିଛନ୍ତି। ଭାରତ ବନ୍ଦ ଯୋଗୁଁ ସାରା ଦେଶରେ ରେଳ ଓ ବ୍ୟାଙ୍କି ସହ ବିଭିନ୍ନ ସେବା ପ୍ରଭାବିତ ହେବ ।

ଶ୍ରମିକ ସଂଗଠନ ସିଟୁର ସାଧାରଣ ସଂପାଦକ ତପନ ସେନ ସୂଚନା ଦେଇଛନ୍ତି ଯେ ଅସଂଗଠିତ, ବ୍ୟାଙ୍କିଙ୍ଗ୍ ଏବଂ ବୀମା କ୍ଷେତ୍ର କର୍ମଚାରୀ , ବନ୍ଦର ଶ୍ରମିକ ଦେଶବ୍ୟାପୀ ଏହି ଧର୍ମଘଟରେ ସାମିଲ ହେବ। ଦେଶର ଆର୍ଥିକ ସଙ୍କଟ, ଦରଦାମ ବୃଦ୍ଧି ଏବଂ ବେରୋଜଗାର ପ୍ରସଙ୍ଗରେ ଏହି ବନ୍ଦ ପାଳନ କରାଯିବ ବୋଲି ଜଣାପଡିଛି । ସେହିଭଳି ଆମ ରାଜ୍ୟରେ ମଧ୍ୟ ଆସନ୍ତାକାଲି ଭାରତ ବନ୍ଦକୁ ସଫଳ କରିବା ପାଇଁ ,12 ଦଫା ଦାବି ନେଇ ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଓ ସ୍ୱାଧୀନ ଫେଡରେସନ ମିଳିତ ମଞ୍ଚ ।

ବେକାରୀ, ବେରୋଜଗର, ଶ୍ରମ ଆଇନ କୋ ଅଡିଫିକେସନ, ଦରଦାମ ବୃଦ୍ଧି, ସର୍ବନିମ୍ନ ବେତନ ବୃଦ୍ଧି ,ସାମାଜିକ ସୁରକ୍ଷା ଭଳି 12ଦଫା ଦାବିରେ 24 ଘଣ୍ଟିଆ ବନ୍ଦ ଡାକରା ଦେଇଛି ମିଳିତ ମଞ୍ଚ । ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ ରେ ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛି ଏହି ମଞ୍ଚ ।

Spread the love