ବିପିନ ବିହାରି ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର, ୦୭/୦୩: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ରାଜ୍ୟ ବିଜେପିର ପୂର୍ବତନ ଉପସଭାପତି, ପୂର୍ବତନ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ବିପିନ ବିହାରି ରଥଙ୍କ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ୱର୍ଗତଃ ରଥ ଜଣେ ସମାଜସେବୀ ଏବଂ ଦକ୍ଷ ସଙ୍ଗଠକ ଭାବେ ବେଶ ଜଣାଶୁଣା ଥିଲେ । ସେ ୨ ଥର ହାଇକୋର୍ଟ ବାର କାଉନସିଲ ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ରାଜନୀତି କ୍ଷେତ୍ରରେ ମଧ୍ୟ ସେ ବହୁତ ସକ୍ରିୟ ଥିଲେ । ବ୍ରହ୍ମପୁର ଲୋକସଭା ଆସନରୁ ସେ ବିଜେପି ସାଂସଦ ଭାବେ ନିର୍ବାଚନ ଲଢିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା ା ତାଙ୍କ ବିୟୋଗରେ ତାଙ୍କ ଜନ୍ମସ୍ଥାନ କଟକ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।

ସ୍ୱର୍ଗତଃ ରଥଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଆଜି ରାଜ୍ୟ ବିଜେପି ପକ୍ଷରୁ ପୂର୍ବତନ ମନ୍ତ୍ରୀ ସମୀର ଦେ, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଓ ଭୃଗୁ ବକ୍ସିପାତ୍ର, ରାଜ୍ୟ ସଂପାଦକ ଦିଲୀପ ମଲ୍ଲିକ ସ୍ୱର୍ଗତଃ ରଥଙ୍କ ବାସ ଭବନରେ ପହଂଚି ଶେଷ ଦର୍ଶନ କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Spread the love