କଳିଙ୍ଗ ସମ୍ରାଟ ବିଜୁ ପଟ୍ଟନାୟକଙ୍କ ଜୀବନୀ

୧୯୧୬ ମାର୍ଚ୍ଚ ୫ରେ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଓ ଆଶାଲତା ଦେବୀଙ୍କର କଟକସ୍ଥିତ ତୁଳସୀପୁରର ଆନନ୍ଦ ଭବନରେ ପୁତ୍ର ବିଜୟାନନ୍ଦ ପଟ୍ଟନାୟକ ଜନ୍ମ ହୋଇଥିଲା। ବିଜୁ ବାବୁ କଟକ ମିଶନ୍ ସ୍କୁଲ ଓ ରେଭେନ୍ସା କଲିଜିଏଟରେ ପାଠ ପଢ଼ି ୧୯୩୨ରେ ପ୍ରଥମ ଶ୍ରେଣୀରେ ମାଟ୍ରିକ୍ ପାଶ୍ କଲେ। ପିଲାଟିଦିନରୁ ସେ ନିର୍ଭୀକ, ଦୁଃସାହସିକ ଓ ଖେଳପ୍ରିୟ ଥିଲେ।

 

୧୯୩୫ରେ ବିମାନ ଚାଳନା ଶିକ୍ଷା ପାଇଁ ସେ ଦିଲ୍ଲୀ ଗଲେ। ଶିକ୍ଷା ପରେ ଲାଇସେନ୍ସ ପାଇ ଭାରତୀୟ ଜାତୀୟ ଏଆର୍‌ଓଏଜ୍‌ରେ ପାଇଲଟ୍ ଚାକିରି କଲେ। ପାଇଲଟ୍ ତାଲିମ ନେଉଥିବା ସମୟରେ ସେ ମହିଳା ସାଥି ଜ୍ଞାନଙ୍କୁ ଜାଣିଲେ। ରାଉଲପିଣ୍ଡିର ଶିଖ୍ ପରିବାରର ଝିଅ ଥିଲେ ଜ୍ଞାନ। ସେ ଦେଶରେ ପାଇଲଟ୍ ଲାଇସେନ୍ସ ପାଇବାରେ ପ୍ରଥମ ମହିଳା।

୧୯୩୯ରେ ଉଭୟଙ୍କର ବିବାହ ହେଲା। ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେଇଥିବା ବିଜୁ ପଟ୍ଟନାୟକ ଓଡ଼ିଶାର ସର୍ବାଙ୍ଗୀନ ଉନ୍ନତି କରିଥିଲେ। କଳିଙ୍ଗ ସମ୍ରାଟ ବିଜୁ ପଟ୍ଟନାୟକ ୧୯୯୭, ଏପ୍ରିଲ୍ ୧୭ରେ ପ୍ରାଣ ହରାଇଥିଲେ।

 

Spread the love