ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର: ପିପିଲି ଫାଇଟ ପାଇଁ ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା । ବିଜେଡି ତାଲିକାର ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରହିଛନ୍ତି। ଏହି ନେତାମାନେ ପିପିଲି ଉପନିର୍ବାଚନ ପାଇଁ ଲୋକଙ୍କ ଭୋଟ ହାତେଇବାକୁ କ୍ୟାମ୍ପେନିଂ କରିବେ । ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶାସକ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମହେଶ୍ବର ମହାନ୍ତି, ଦେବୀପ୍ରସାଦ ମିଶ୍ର, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସ ବର୍ମା, ସମୀର ରଞ୍ଜନ ଦାସ, ସୁଶାନ୍ତ କୁମାର ସିଂ, ସ୍ନେହାଙ୍ଗୀନ ଛୁରିଆ, ପ୍ରୀତି ରଞ୍ଜନ ଘଡେଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ବିଭୂତି ବଳବନ୍ତରାୟ, ମନ୍ତ୍ରୀ ତୁଷାରକାନ୍ତି ବେହେରା, ଦେବୀ ରଞ୍ଜନ ତ୍ରିପାଠୀ ଏବଂ ବିଧାୟକ ସୁଧୀର ସାମଲ ।

Spread the love