ଏପ୍ରିଲ୧ରେ ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର, ୩୦/୦୩: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଗାମୀ ଏପ୍ରିଲ ୧ ତାରିଖ ଉତ୍କଳ ଦିବସ ଅବସରରେ ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ଭୁବନେଶ୍ୱର ସ୍ଥିତ ଇଡିକଲ ଅଡିଟୋରିୟମରେ ଆୟୋଜନ କରାଯିବ । ରାଜ୍ୟରେ ବେରୋଜଗାର, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବିକାଶ ନହେବା, ଶିକ୍ଷିତ ଯୁବକଯୁବତୀମାନଙ୍କୁ ସ୍ଥାୟୀ ନିଯୁକ୍ତି ନମିଳିବା ଆଦି
ପ୍ରସଙ୍ଗ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୁତ ଭାବେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ । ଏହି କାର୍ଯ୍ୟକାରିଣୀ ବୈଠକରେ ଯୁବମୋର୍ଚ୍ଚାର ରାଜ୍ୟ ପଦାଧିକାରୀ, ରାଜ୍ୟ ସଂଯୋଜକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ଜିଲ୍ଲା ସଭାପତି ପ୍ରମୁଖ ଯୋଗଦେବେ । ଏନେଇ ଆଜି ରାଜ୍ୟ କାର୍ଯ୍ୟାଳୟରେ
ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଇରାସିସ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା । ଏହି ପ୍ରସ୍ତୁତି ବୈଠକରେ ଯୁବମୋର୍ଚ୍ଚା ରାଜ୍ୟ ଉପସଭାପତି ବିଶ୍ୱଜିତ ଷଡଙ୍ଗୀ, ସାଧାରଣ ସଂପାଦକ ଓମ୍ ପ୍ରକାଶ ମିଶ୍ର ଓ ଦିପକ ଗୋଚ୍ଛାୟତ, ସଂପାଦକ ପ୍ରିତେଶ କୁମାର ଭୋଇଧର, ପ୍ରକାଶ ଦଳେଇ ଏବଂ ମନୋଜ ପଶ୍ଚିମ କବାଟ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love