ବିଜେଡି ଛାଡି ବିଜେପିରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

ବିଜେଡି ଛାଡି ବିଜେପିରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଅଞ୍ଜଳି ବେହେରା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଆଜି ସେ ବିଜେପିରେ ଯୋଗଦେଇଛନ୍ତି । ତାଙ୍କ ସହିତ ଆହୁରି ଅନେ କର୍ମୀ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। ଆଜିର ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ।ତେବେ ବିଜେପିରେ ଯୋଗ ଦେବା ପରେ ପ୍ରତିକ୍ରିୟା ଦେଇ ଅଞ୍ଜଳି କହିଛନ୍ତି ନିର୍ଦ୍ଦିଷ୍ଟ ରାଜନୈତିକ ଦଳରେ ମୋ ବାପା, ମାଆ ଓ ମୁଁ ରହି ଢେଙ୍କାନାଳବାସୀଙ୍କର ସେବା କରୁଥିଲୁ । କିନ୍ତୁ ସେହି ଦଳ ଆମକୁ ଗୋଇଠା ମାରିଛି । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ହିନ୍ଦୋଳ ନିର୍ବାଚନ ମଣ୍ଡଳୀରେ କାମ କରିବା ପାଇଁ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି ଅଞ୍ଜଳି

Spread the love