ଆଜିଠାରୁ ୫୫ଟି କେନ୍ଦ୍ରରେ ମାଟ୍ରିକ ଖାତାଦେଖା ଆରମ୍ଭ

ଆଜିଠାରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ । ଏହାସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ଖାତା ମୂଲ୍ୟାୟନ ଆରମ୍ଭ ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପରିଦ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପାଇଁ ମୋଟ୍ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି । ରାଜ୍ୟରେ ମୋଟ୍ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବା ବେଳେ ସବୁ କେନ୍ଦ୍ରରେ ଏନେଇ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପରେ କେନ୍ଦ୍ରରୁ ଅନଲାଇନରେ ମାର୍କ ପୋଷ୍ଟିଂ କରାଯିବ । ଖାତାଦେଖା କାମ ୧୦ରୁ ୧୨ ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଚଳିତବର୍ଷ ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପାଇଁ ମୋଟ୍ ୫ ଲକ୍ଷ ୪୧ ହଜାର ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ରାଜ୍ୟର ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

Spread the love