ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ : ରାଜ୍ୟପାଳ ଗୃହରେ ରଖୁଛନ୍ତି ଅଭିଭାଷଣ

ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ । ପ୍ରଥମ ପର୍ଯ୍ୟାୟରେ ଅଧିବେଶନ ମାର୍ଚ୍ଚ ୧ ତାରିଖ ଯାଏଁ ହେବ । ଦ୍ୱିତୀୟ ପର୍ଯ୍ୟାୟ ୧୦ ତାରିଖରୁ ଆରମ୍ଭ ହେବ । ଅଧିବେଶନରେ ମୋଟ ୨୭ଟି କର୍ଯ୍ୟେ ଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଗୃହରେ ଅଭିଭାଷଣ ରଖୁଛନ୍ତି । ୨୪ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯିବ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ ସରକାରର ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ । ଗତ ସପ୍ତାହରେ ଏହି ବଜେଟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଅନୁମୋଦନ ପାଇସାରିଛି ।

Spread the love