ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର

ଗଜପତି ୨୧/୦୧: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ୮ ଗୁରୁତର । ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ଗଜପତି ଜିଲ୍ଲା ରାୟଗଡା ଥାନା ଅଞ୍ଚଳରେ ।

ସୂଚନାନୁସାରେ, ଗୁରୁବାର ରାତିରେ ଇସପାତ୍ ନାମକ ବସଟି ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଅଭିମୁଖେ ବାହାରିଥିଲା । ତେବେ ଶୁକ୍ରବାର ସକାଳେ ରାୟଗଡ଼ା ଥାନା ଅନ୍ତର୍ଗତ ରାଶିବାଡ ଘାଟି ନିକଟରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରସାମ୍ୟ ହରାଇ ଏହା ଓଲଟି ପଡିବାରୁ ପ୍ରାୟ ୮ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରେ ବସ୍ ଡ୍ରାଇଭର ମଧ୍ୟ ରହିଛନ୍ତି ।

ଗୁରୁତରଙ୍କୁ ପାରଳାଖେମୁଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣା ପରେ ରାଶିବାଡି ଘାଟିରେ ଗାଡିମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ଯାନ୍ତ୍ରିକ ତ୍ରୁଟି କାରଣରୁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।

Spread the love