ରଥଯାତ୍ରା ହେବା ନେଇ ନିଷ୍ପତ୍ତି ନେବେ ରାଜ୍ୟ ସରକାର

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ? ସେନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ସ୍ପଷ୍ଟ କରିଛନ୍ତି ହାଇକୋର୍ଟ। ଏ ସଂପର୍କିତ ଏକ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ହାଇକୋର୍ଟ। କରୋନା ମୁକାବିଲା ନେଇ ଥିବା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିୟମାବଳୀକୁ ଦେଖି ସରକାର ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଛନ୍ତି।କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀଜିଉଙ୍କ ରଥଯାତ୍ରା ବନ୍ଦ କରିବା ଲାଗି ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା। ଏହାର ଶୁଣାଣି କରି କୋର୍ଟ ଏହି ରାୟ ଦେଇଛନ୍ତି।

Spread the love