ସୀମା ବିବାଦ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୦୪/୧୧: ସୀମା ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୀମା ବିବାଦର ସମାଧାନ ପାଇଁ ଗଠିତ ଆନ୍ତଃରାଜ୍ୟ କମିଟିର ଅଗ୍ରଗତି କାର୍ଯ୍ୟର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

କୋରାପୁଟର କୋଟିଆ ଓ ଗଜପତିର ମାଣିକ ପାଟଣାରେ ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଲେ । ସର୍ବଦଳୀୟ ବୈଠକ ଡକାଇ ବୈଠକରେ ସୀମାବର୍ତ୍ତୀ ଅଞ୍ଚଳର ବିକାଶମୂଳକ କାର୍ଯ୍ୟ ଉପସ୍ଥାପନ କରିବା ପାଇଁ କଲେ ଅନୁରୋଧ । ୨୦୨୦ ଓ ୨୦୨୧ରେ କେନ୍ଦ୍ରମନ୍ତ୍ରୀ ସୀମା ବିବାଦ ନେଇ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଥିଲେ ସୁଦ୍ଧା ଏବେ ପର୍ଯ୍ୟନ୍ତ ଏଥିରେ କୌଣସି ପରିବର୍ତ୍ତନ ନହେବା ଭଳି ମନେହେଉଛି ।

ଆନ୍ଧ୍ର ସରକାରଙ୍କ ଦ୍ୱାରା ଦିଆଯାଉଥିବା ସୁବିଧା ଦ୍ୱାରା ଲୋକମାନେ କିପରି ପ୍ରଲୋଭିତ ନହେବେ ସେଥିପ୍ରତି ଧାନ ଦିଆଯାଉ । ଓଡିଶା ସରକାରଙ୍କ ଦ୍ୱାରା ସୀମାବର୍ତ୍ତୀ ଅଞ୍ଚଳ ଗୁଡିକରେ ହେଉଥିବା ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଉ ।

Spread the love