ଆଜି ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା

ଦୁଇ ଦିନ ହେଲା ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର ବିଭିନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସକାଳ ୮ଟା ସୁଦ୍ଧା ଉପକୂଳ ଓଡିଶାର କିଛି ଜିଲ୍ଲା ସମେତ ୭ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେହିପରି ଆସନ୍ତାକାଲି ସକାଳ ୮ଟା ଯାଏଁ ଦକ୍ଷିଣ ଉପକୂଳ ଓଡିଶା କଟକ, କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ, ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପରେ । ଅନ୍ୟପଟେ ଆସନ୍ତା ୩ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ୧୧ ତାରିଖ ପରେ ଦିନର ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବ । କିଛି କିଛି ସ୍ଥାନରେ ଦିନର ସର୍ବାଧିକ ତାପମାତ୍ର ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇପାରେ । ମାର୍ଚ୍ଚ ୧୧ ତାରିଖରୁ ମାର୍ଚ୍ଚ ୧୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Spread the love