ଦେଶରେ ପୁଣି ନମ୍ବର-୧ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ପୁଣି ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ସର୍ଭେର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ସ୍ଥାନ ପାଇଲେ ନବୀନ ପଟ୍ଟନାୟକ । ସର୍ଭେ ରିପୋର୍ଟରେ ଶୀର୍ଷରେ ରହିଛନ୍ତ ନବୀନ ପଟ୍ଟନାୟକ । ରାଜ୍ୟର ୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ନବୀନ ପଟ୍ଟନାୟକ । ଏହି ରିପୋର୍ଟରେ କୋଭିଡ-୧୯ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ସେହିପରି ମହାମାରୀ ମୁକାବିଲାରେ ବି ଓଡ଼ିଶା ଏକ ନମ୍ବର ହୋଇଛି । ଜନକଲ୍ୟାଣ ଯୋଜନା ଓ ଲୋକାଭିମୁଖୀ ଶାସନର ରୋଲ୍‌ ମଡେଲ ହେଉଛନ୍ତି ନବୀନ ପଟ୍ଟନାୟକ ।

Spread the love