ଗୋପାଳପୁର ମାଣ୍ଡିଆ ପଲ୍ଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ଗୋପାଳପୁର ମାଣ୍ଡିଆ ପଲ୍ଲୀ ନିକଟରେ ଗତକାଲି ହୋଇଥିବା ସଡକ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାର ସୂଚନା ପାଇବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏହାସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସେମାନଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦିଆଯିବ । ଏହା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛି ।
ସେପଟେ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କର ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Spread the love