ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  : ଆଜି ପବିତ୍ର ରଥଯାତ୍ରା ବାହୁଡ଼ି ଯାଇଥିବା ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।ସୂଚନାଯୋଗ୍ୟ, ଆଜି ଅଶୋକ ରଥଯାତ୍ରା ଅବସରରେ ଫଟୋ ସଂଗ୍ରହ ପାଇଁ ବାଇକ୍‌ ଯୋଗେ ପୁରୀ  ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Spread the love