ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ଯମନ୍ତ୍ରୀଙ୍କ ଶୋକ ପ୍ରକାଶ

ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ଯ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ଯମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଶୋକ ବାର୍ତ୍ତାରେ ମୁଖ୍ଯମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣନା କରିଛନ୍ତି। ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ର ରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା। ଝରଣା ଦାସଙ୍କ ସ୍ୱର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା। ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ,ଜଗତ ରେ ବିରାଟ ଶୂନ୍ଯତା ସୃଷ୍ଟି କରିଛି ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ଯମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ ଗତି କାମନା କରିଛନ୍ତି। ସ୍ୱର୍ଗତଃ ଝରଣା ଦାସ ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ଯଦା ସହ କରାଯିବ ବୋଲି ମୁଖ୍ଯମନ୍ତ୍ରୀ ଘୋଷଣା କରିଛନ୍ତି । .

Spread the love