ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନିସ୍ତୁକ ମାଡ଼

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଗାଡି ଚଢାଇ ଜଣେ ମହିଳାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏଥିସହିତ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାପରେ ଉତ୍ୟକ୍ତ ଲୋକେ ପ୍ରଶାନ୍ତ ଜଗଦେବଙ୍କୁ ମାଡମାରି ଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ସେହିପରି ତାଙ୍କ ଗାଡିକୁ ମଧ୍ୟ ଭାଙ୍ଗିଦେଇଛନ୍ତି ଲୋକେ। ଆଜି ବାଣପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପ୍ରକିୟା ଜାରିରହିଛି । ଏହି ସମୟରେ ସେଠାରେ ଶହଶହ ଲୋକେ ରୁଣ୍ଡ ହୋଇଥିଲେ । ଏହି ସମୟରେ ବିଧାୟକ ବ୍ଲକ ପରିସରକୁ ଗାଡି ନେଇ ଧସେଇ ପଶିଥିଲେ। ଏପରିକି ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ। ଫଳରେ ଜଣେ ମହିଳାଙ୍କ ସମେତ ୩ଜଣ ଗୁରୁତ ଆହତ ହୋଇଥିଲେ । ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଏହି ଘଟଣାକୁ ନେଇ ଉତ୍ୟକ୍ତ ଲୋକେ ବିଧାୟକଙ୍କୁ ମାଡ ମାରିଥିଲେ।

Spread the love