ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା, ମାଲକାନଗିରିରୁ ହେବ ଶୁଭାରମ୍ଭ

ଭୁବନେଶ୍ୱର ୨୦।୧୨: ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଏହି ସେବା ଶୁଭାରମ୍ଭ କରିବେ । ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି ଏବଂ, ନୂଆପଡ଼ା ଜିଲ୍ଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍ । ଆବଶ୍ୟକ ହେଲେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ଆଜି ମାଲକାନଗିରିରୁ ଏହି ସେବାର ଶୁଭାରମ୍ଭ ହେବ ।

ଖବର ଅନୁଯାୟୀ, ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ଇତିହାସ ଲେଖିବ ଓଡ଼ିଶା । ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରେ ସ୍ମାର୍ଟ ହେଲ୍ ଥ କାର୍ଡରେ ମାଗଣା ସ୍ବାସ୍ଥ୍ୟସେବା ପରେ ନବୀନ ସରକାରଙ୍କ ଆଉ ଗୋଟିଏ ଯୁଗାନ୍ତକାରୀ ନିଷ୍ପତ୍ତି । ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସେବାର ଶୁଭାରମ୍ଭ କରିବେ ।
ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଆରମ୍ଭ ହେବ ।

ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାର ରୋଗୀ ଏହି ସେବା ପାଇବେ । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍ । ଆବଶ୍ୟକସ୍ଥଳେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ । ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଦ୍ବାରା ଉପାନ୍ତ ଅଞ୍ଚଳର ଲୋକେ ସହଜରେ ଚିକିତ୍ସା ସେବା ପାଇ ପାରିବେ । ସମୟ ବଞ୍ଚିବା ସହ ଯାତାୟାତ ଯନ୍ତ୍ରଣାରୁ ରୋଗୀଙ୍କୁ ମିଳିବ ମୁକ୍ତି ।

Spread the love