ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ଏବେ ପାଇବେ ପୁରସ୍କାର, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା

ଭୁବନେଶ୍ଵର: ଏବେ ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ପାଇବେ ପୁରସ୍କାର।ଏପରିକି ଭଲ ସ୍କୁଲ ଏବଂ ଭଲ ପାଠ ପଢ଼ାଉଥିବା ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ପୁରସ୍କୃତ ହେବେ। ସୁରଭି ୨୦୨୨ର ଉଦଯାପନୀ ଉତ୍ସବରେ ବୁଧବାର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଥର ଲାଗି ରାଜ୍ୟରେ ଏମିତି ଘୋଷଣା କରାଯାଇଛି। ଏ ନେଇ ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଏହା ଦ୍ଵାରା ପାଠପଢା ପ୍ରତି ଉଭୟ ଛାତ୍ର-ଛାତ୍ରୀ ଏବଂ ଶିକ୍ଷକଙ୍କୁ ଉତ୍ସାହିତ କରାଯାଇ ପାରିବ।

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦ୍‌ଯାପନୀ ସମାରୋହ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିକ୍ଷାରେ ଉତ୍କର୍ଷ ପାଇଁ 5T ରୁପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲମାନଙ୍କ ପାଇଁ ୧୦୦କୋଟି ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି । ପ୍ରତିବର୍ଷ ୫୦ହଜାର ଛାତ୍ରଛାତ୍ରୀଙ୍କ ସହ ସରପଞ୍ଚ, ଶିକ୍ଷକ, ପୁରାତନ ଛାତ୍ରଛାତ୍ରୀ, ସ୍କୁଲ କମିଟିଗୁଡ଼ିକୁ ମଧ୍ୟ ପୁରସ୍କୃତ କରାଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ । ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭିର ଉଦ୍‌ଯାପନୀ ଅବସରରେ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିକ୍ଷାରେ ଉତ୍କର୍ଷ ପାଇଁ 5T ରୁପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲମାନଙ୍କ ପାଇଁ ୧୦୦କୋଟି ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି । ପ୍ରତିବର୍ଷ ୫୦ହଜାର ଛାତ୍ରଛାତ୍ରୀଙ୍କ ସହ ସରପଞ୍ଚ, ଶିକ୍ଷକ, ପୁରାତନ ଛାତ୍ରଛାତ୍ରୀ, ସ୍କୁଲ କମିଟିଗୁଡ଼ିକୁ ମଧ୍ୟ ପୁରସ୍କୃତ କରାଯିବ । ଏହି ଅବସରରେ ନବୀନ କହିଛନ୍ତି, ସମୟର ଆହ୍ବାନକୁ ସମ୍ନା କରିବା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା ହେଉଛି 5T ରୂପାନ୍ତରର ମୁଖ୍ୟ ଲକ୍ଷ୍ୟ । ଠିକ୍‌ ସମୟରେ ଠିକ୍‌ କାମ କଲେ ପିଲାମାନେ ଆଗରେ ରହିପାରିବେ । ବର୍ତ୍ତମାନ ହେଉଛି ପିଲାମାନଙ୍କର ଜ୍ଞାନ ଅର୍ଜନର ସମୟ । ପାଠ ସହିତ ଖେଳକୁଦ, ନାଚଗୀତ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରିଛନ୍ତି । ଏହି ଭର୍ଚୁଆଲ ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ୍‌, ମାର୍କସିଟ୍‌ ଓ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍‌ଧ ମଧ୍ୟ ହେବ ।

ସେହିଭଳି ସୁରଭିର ଉଦ୍‌ଯାପନୀ  ସମାରୋହରେ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏଥି ସହ କଫି ଟେବୁଲ ପୁସ୍ତକ, ମାଗାଜିନ୍‌ ଓ ମୋ ସ୍କୁଲ ନ୍ୟୁଜ୍‌ ଲେଟର ଉନ୍ମୋଚନ କରିଥିଲେ । ସମାରୋହରେ ବିଜ୍ଞାନ ଓ ପଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିଜର ଅଭିଭାଷଣ ରଖି ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସା କରିଥିଲେ ।ସ୍କୁଲ ଗୁଡ଼ିକର ରୂପାନ୍ତର, ମୋ ସ୍କୁଲ କାର୍ଯ୍ୟକ୍ରମ ଆଦି ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ମତବ୍ୟକ୍ତ କରିଥିଲେ ।

Spread the love