ମଦନମୋହନଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଉତ୍ତର ଓଡ଼ିଶାର ଟାଣୁଆ ବିଜେପି ନେତା ତଥା ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କର ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ କେନ୍ଦ୍ର ମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ “ବାଲେଶ୍ୱରର ବିଧାୟକ ମଦନମୋହନ ଦତ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି” ।

Spread the love