ଉତ୍କଳ ଆଲୁମିନାର ସମ୍ପ୍ରସାରିତ ରିଫାଇନାରୀର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭିଡିଓ କନଫରେନ୍ସିଂ ଯୋଗେ କାଶୀପୁରସ୍ଥିତ ଉତ୍କଳ ଆଲୁମିନାର ସମ୍ପ୍ରସାରିତ ରିଫାଇନାରୀର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଆଦିତ୍ୟ ବିର୍ଲା ଗ୍ରୁପ୍ ୧୫୦୦ କୋଟି ଟଙ୍କା ନିବେଶ କରିଛି । ସମ୍ପ୍ରସାରଣ ପରେ ବାର୍ଷିକ ଆଲୁମିନା ଉତ୍ପାଦନ ୦.୫ ମିଲିଅନ୍ ଟନରୁ ୨ ମିଲିଅନ୍ ଟନକୁ ବୃଦ୍ଧି ପାଇଛି । ଏହି ନୂଆ ୟୁନିଟରେ ୫୦୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିବ । ଓଡ଼ିଶାରେ ଆଦିତ୍ୟ ବିର୍ଲା ଗ୍ରୁପରେ ୧୨ ହଜାରରୁ ଅଧିକ ଲୋକ କାମ କରୁଛନ୍ତି ।

ଆୟୋଜିତ ଭର୍ଚୁଆଲ୍ କାର୍ଯ୍ୟକ୍ରମରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଏମଏସଏମଇ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ସହ ଆଦିତ୍ୟ ବିର୍ଲା ଗ୍ରୁପର ଅଧ୍ୟକ୍ଷ କୁମାର ମଙ୍ଗଳମ ବିର୍ଲା ଓ ହିଣ୍ଡାଲକୋ ଏମଡି ସତୀଶ ପାଇ ଯୋଗ ଦେଇଥିଲେ ।

Spread the love