ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ, ସମସ୍ତଙ୍କ ମଙ୍ଗଳ ଲାଗି ମହାପ୍ରଭୁଙ୍କ ନିକଟରେ କଲେ ପ୍ରାର୍ଥନା

ଭୁବନେଶ୍ୱର ୦୩/୦୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ବୋଲି ସେ ଶୁଭେଚ୍ଛା ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି । ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି କୃଷିଭିତ୍ତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ଅବସରରେ ସବୁ ଚାଷୀ ଭାଇ ଭଉଣୀ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ଆଜିର ଶୁଭ ଦିନରେ ଚାଷୀ ମାନେ ଅଖିମୁଠି ଅନୁକୂଳ କରି ଚାଷ କାର୍ଯ୍ୟ ଆରମ୍ଭ କରନ୍ତି । ଆମର ଚାଷୀ ଭାଇ ମାନେ ଆମ ଦେଶର ଅର୍ଥନୀତିର ମେରୁଦଣ୍ଡ । ସମସ୍ତଙ୍କ ମଙ୍ଗଳ ଓ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ମୋର ପ୍ରାର୍ଥନା ।

 

Spread the love