ଉତ୍ତରକାଶୀର ସୁଡ଼ଙ୍ଗ ଭିତରୁ ୪୧ ଶ୍ରମିକ ଉଦ୍ଧାର; ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଉତ୍ତରାଖଣ୍ଡ ଉତ୍ତରକାଶୀର ସିଲ୍କୟାରା ସୁଡଙ୍ଗ ଭୁଶୁଡ଼ି ପଡ଼ିବା ଯୋଗୁଁ ଫସିଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ସମେତ ୪୧ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଉଦ୍ଧାରକାରୀ ଟିମ୍‌କୁ ଧନ୍ୟବାଦ ଜଣାଇଛନ୍ତି।ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଅପରେସନରେ ନିୟୋଜିତ ଥିବା ବିଭିନ୍ନ ଉଦ୍ଧାରକାରୀ ଦଳକୁ ଧନ୍ୟବାଦ ଜଣାଇଛନ୍ତି। ଫସିରହିଥିବା ସମସ୍ତ ଶ୍ରମିକ ନିରାପଦରେ ଘରକୁ ଫେରୁଥିବାରୁ ମୁଁ ବହୁତ ଖୁସି ଅନୁଭବ କରୁଛି। ସଫଳ ଉଦ୍ଧାର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଉତ୍ତରାଖଣ୍ଡ ସରକାର, ଏନଡିଆରଏଫ ଏବଂ ପ୍ରତିରକ୍ଷା ଦଳକୁ ଧନ୍ୟବାଦ ଜଣାଇଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସୁଡ଼ଙ୍ଗ ଭିତରେ ଅକ୍ଲାନ୍ତ ପରିଶ୍ରମ କରି ଶ୍ରମିକମାନଙ୍କୁ ଉଦ୍ଧାର କରିଥିବା ଟିମ୍‌କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଖବର ଜାଣିବା ପରେ ଖୁସି ଲାଗଛି। ଏହି ଉଦ୍ଧାରକାର୍ଯ୍ୟରେ ନିୟୋଜିତ ଥିବା ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି।

Spread the love