ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ
କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା । ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶପାଇବା ପରେ ଟ୍ଵିଟରରେ ପରୀକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ତାଙ୍କ ଅଫିସିଆଲ୍ ଟ୍ଵିଟର୍ ଆକାଉଣ୍ଟରେ ଲେଖିଛନ୍ତି ‘ଦଶମ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ସମସ୍ତଙ୍କ କୃତୀ ଛାତଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ନବୀନ ।
ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ୧୮୯ଟି ସ୍କୁଲରେ ଶତପ୍ରତିଶତ ହୋଇଛି । ୮୨ଟି ସ୍କୁଲରେ ରେଜଲ୍ଟ ଶୂନ ହୋଇଛି । ଅର୍ଥାତ ଏହି ସ୍କୁଲରେ କୌଣସି ବି ପରୀକ୍ଷାର୍ଥୀ ପାସ କରିନାହାନ୍ତି । କଣ ପାଇଁ ଏହି ସମସ୍ତ ସ୍କୁଲରେ ରେଜଲ୍ଟ ଖରାପ ହୋଇଛି । ସେ ନେଇ ତର୍ଜମା କରାଯିବା ସହ ଖରାପ ରେଜଲ୍ଟ ହୋଇଥିବା ସ୍କୁଲ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ।