ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ ବନ୍ୟାସ୍ଥିତିର କଲେ ସମୀକ୍ଷା

ଭୁବନେଶ୍ୱର ୧୮/୦୮: ସାରା ରାଜ୍ୟରେ ବନ୍ୟାସ୍ଥିତି ଗମ୍ଭୀର ହେବାରେ ଲାଗିଛି । ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଛି ଜଳବନ୍ଦୀ ପରିସ୍ଥିତି । ଅନେକ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ବିଶେଷକରି ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲା ବେଶ ପ୍ରଭାବିତ ହୋଇଛି । ଲୋକେ ବାସହରା ହୋଇ ରାସ୍ତା କଡରେ ଆଶ୍ରୟ ନେଉଛନ୍ତି ।

ଏପରି ସ୍ଥିତିରେ ରାଜ୍ୟର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶମାର୍ଗରୁ ଖୋର୍ଦ୍ଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି.କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ବୁଲି ଦେଖିଛନ୍ତି । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ସମୀକ୍ଷା କରିଛନ୍ତି । ଏହାପରେ ସେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ କରିବେ ଆଲୋଚନା ।

Spread the love