ଭିଡିଓ କନଫରେନ୍ସିଂ ଜରିଆରେ ୫ ଜିଲ୍ଲାରେ କୋଭିଡ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦/୦୪ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ୫ଟି ଜିଲ୍ଲା ଯଥା: ଅନୁଗୁଳ, ବରଗଡ, ଜଗତସିଂହପୁର, ନବରଙ୍ଗପୁର ଓ ସୁନ୍ଦରଗଡର କୋଭିଡ ହସ୍ପିଟାଲକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଓ ୫-ଟି ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ। ରାଜ୍ୟରେ ପୂର୍ବରୁ ୨୨ ଟି କୋଭିଡ ହସ୍ପିଟାଲ ସ୍ଥାପନ ହୋଇଥିଲା।

ଆଜି ଏହି ଜିଲ୍ଳା ଗୁଡିକରେ ୫ଟି ହସ୍ପିଟାଲ୍ ହେବ ପରେ ଏହାର ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଖୁବ୍ ଶୀଘ୍ର ସମସ୍ତ ଜିଲ୍ଲାରେ ଗୋଟିଏ ଲେଖାଏଁ କୋଭିଡ ହସ୍ପିଟାଲ ପ୍ରତିଷ୍ଠା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାସ ସୂଚନା ଦେଇଛନ୍ତି।

Spread the love