ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ୩୦ ମିନିଟ୍ ହେଲା ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେଦ୍ର ମୋଦିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି  । ପ୍ରାୟ ଅଧ ଘଣ୍ଟାରୁ ଅଧିକ ସମୟ ଧରି ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି  । ରାଜ୍ୟର ସ୍ୱାର୍ଥ ସମ୍ଭଳିତ ପ୍ରସଙ୍ଗକୁ ମୋଦିଙ୍କ ନିକଟରେ ଉତଥାପନ କରିଛନ୍ତି ନବୀନ  ।

ଆସନ୍ତା ଜୁଲାଇ ମାସରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଦୁଇ ନେତାଙ୍କ ମଧ୍ୟରେ ଏ ପ୍ରସଙ୍ଗ ଆଲୋଚନା ହୋଇଥିବା ମଧ୍ୟ ସୂଚନା ମିଳୁଛି  । ସେପଟେ  ବଳକା ଉଷୁନା ଚାଉଳ ପ୍ରସଙ୍ଗ ଠାରୁ କେନ୍ଦ୍ରୀୟ ଅନୁଦାନ ନେଇ ମଧ୍ୟ ଆଲୋଚନା ହୋଇଛି  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି  ।

ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା କହିଛନ୍ତି, ଓଡିଶାର ବିଭିନ୍ନ ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ରଖିଛି  । ପ୍ରାୟ ୩୦ ମିନିଟ ଧରି ଆଲୋଚନା ହୋଇଛି  । ସେହିପରି ୬ଟା ୩୦ରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ କରିବାର କାର୍ଯ୍ୟକ୍ରମ ଥିବାନେଇ ମଧ୍ୟ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ  ।

Spread the love