କାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ସଂଧ୍ୟା ୫ଟାରେ ରାଷ୍ଟ୍ରପତି ଭବନ କଲ୍‌ଚରାଲ ସେଣ୍ଟରରେ G20 ବ୍ରିଫିଂ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା ବୈଠକ ବସିବ । ଏଥିରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ କାଲି ସକାଳ ୧୦ଟା ୧୫ ମିନିଟ୍‌ରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧ୍ୟାହ୍ନ ୧୨ଟା ୧୫ ମିନିଟ୍‌ରେ ଦିଲ୍ଲୀରେ ପହଞ୍ଚିବେ । ଆସନ୍ତା ୬ ତାରିଖରେ ଭୁବନେଶ୍ୱର ଫେରି ଆସିବେ ମୁଖ୍ୟମନ୍ତ୍ରୀ ।

Spread the love