“ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧” ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡିଶା ସରକାରଙ୍କ ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ଚଳିତ ବର୍ଷର “ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧” ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ ହୋଇଯାଇଛି । ଏହା ହେଉଛି ପୂର୍ବ ଭାରତର ସବୁଠାରୁ ବୃହତମ ମେଳା | ମେଳାରେ ଯୋଗ ଦେଉଥିବା ଲୋକଙ୍କୁ କୋଭିଡ ଗାଇଡଲାଇନକୁ କଡାକଡି ଭାବରେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଓଡିଶା ହେଉଛି କଳା ଓ ସଂସ୍କୃତିର ଭୂମି | ଏହାର ମାଟିରେ ଭରି ରହିଛି ଉତ୍କର୍ଷତା | ଓଡିଆ କାରିଗର ହିଁ କୋଣାର୍କ ପରି ବିସ୍ମୟ ସୃଷ୍ଟି କରିପାରେ ।
ଏଥିରେ ଆମ ରାଜ୍ୟର ପ୍ରାୟ ୧୭୦ ଏବଂ ବାହାର ରାଜ୍ୟର ପ୍ରାୟ ୮୦ ଜଣ ହସ୍ତଶିଳ୍ପୀ ଓ ବୁଣାକାର ମାନେ ଯୋଗ ଦେଇଅଛନ୍ତି । କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ତଥା ପରିଦର୍ଶକ ମାନଙ୍କ ସମାବେଶକୁ ଏଡେଇବା ପାଇଁ ମେଳାରେ କୌଣସି ସଂସ୍କୃତିକ କାର୍ଯ୍ୟକ୍ରମକୁ ସ୍ଥାନିତ କରାଯାଇ ନାହିଁ । ମେଳାକୁ ପ୍ରବେଶ କରୁଥିବା ସମସ୍ତ ଦର୍ଶକଙ୍କର କୋଭିଡ ନିୟମ ଅନୁସାରେ ଥର୍ମାଲ ସ୍କ୍ରିନିଙ୍ଗ କରାଯିବା ସଙ୍ଗେ ସଙ୍ଗେ ବିଭିନ୍ନ ସ୍ଥାନରେ ଅଟୋମେଟିକ ହ୍ୟାଣ୍ଡ ସାନିଟାଇଜର ମାନ ସ୍ଥାପନ କରାଯାଇଅଛି । ଦର୍ଶକ ମାନଙ୍କୁ ସାମାଜିକ ଦୂରତା ବଜାୟ ରଖୁବା ସହିତ ମାସ୍କ ପିନ୍ଧିବାକୁ ନିବେଦନ କରାଯାଇଛି ।