ବି.ଏସ.ୟେଦୁରପ୍ପା ଓ ୱାଇ.ଏସ.ଜଗନମୋହନ ରେଡ୍ଡୀଙ୍କ ସହିତ ଆଲୋଚନା କଲେ ନବୀନ

ଆଜି ଭିଡ଼ିଓ କନଫରେନସିଙ୍ଗ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ.ୟେଦୁରପ୍ପା ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ.ଜଗନମୋହନ ରେଡ୍ଡୀଙ୍କ ସହିତ ଉଭୟ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ। ଲକ ଡାଉନ ସମୟରେ ଉଭୟ ରାଜ୍ୟ ସରକାର ସେଠାରେ ରହିଥିବା ଓଡ଼ିଆମାନଙ୍କର ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ.ୟେଦୁରପ୍ପା ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ.ଜଗନମୋହନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଓଡିଶାକୁ ଫେରିବାକୁ ଚାହୁଁଥିବା ଓଡ଼ିଆ ଲୋକମାନେ ଯେପରି ସୁବିଧାରେ ଫେରି ଆସି ପାରିବେ ସେଥିରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ   l

Spread the love