ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରଙ୍କୁ ରାଜ୍ୟ ସରକାର ଦେବେ ଟଙ୍କା

ଭୁବନେଶ୍ୱର:ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନାରେ ମିଳିବ ସହାୟତା ରାଶି । ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରଙ୍କୁ ମିଳିବ ଆର୍ଥିକ ସହାୟତା । ସେହିପରି ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ୮୦ ବର୍ଷରୁ ଅଧିକ ବୟସ୍କ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ ମହିଳା ଓ ପୁରୁଷ କାରିଗରଙ୍କୁ ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ ।

Spread the love