ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା, ତାଙ୍କର ପ୍ରତିଟି କାମ ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ ଥିଲା- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୫।୦୩ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୬ ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଲେଖିଛନ୍ତି ଯେ, ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା। ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ। ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି।

Spread the love