ସ୍ୱାଧିନତା ସଂଗ୍ରାମୀ ଭବାନୀ ପଟ୍ଟନାୟଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସ୍ୱାଧିନତା ସଂଗ୍ରାମୀ, ପୂର୍ବତନ ସାଂସଦ ତଥା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କର ଆଜି ସନ୍ଧ୍ୟାରେ ପରଲୋକ ଘଟିଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଏନେଇ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜଣେ ମହାନ ଗାନ୍ଧିବାଦୀ ଭାବେ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ।

 

 

Spread the love