ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ । ଗତ ୭ ତାରିଖ ଦିନ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତେବେ ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ସୂଚନା ମିଳିଥିଲା । ବର୍ତ୍ତମାନ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିଲେ ଅଜିତ୍ ମଙ୍ଗରାଜ । ତେବେ ପ୍ରଚାର ସମୟରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପିପିଲି ନିକଟବର୍ତ୍ତୀ ନିଜ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାର ପାଇଁ ବାହାରୁଥିବା ବେଳେ ଅଜିତ୍ ଅସୁସ୍ଥ ହୋଇ ତଳେ ପଡି ଯାଇଥିଲେ । ତୁରନ୍ତ ତାଙ୍କ ସମର୍ଥକମାନେ ଚିକିତ୍ସା ପାଇଁ ଡେଲାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଥିଲା ।

Spread the love